32ତଥାପି ଏବେ, ତୁମ୍ଭେ ଯଦି ସେମାନଙ୍କର ପାପ କ୍ଷମା କରିବ; କିନ୍ତୁ ଯଦି ନ କରିବ, ତେବେ ମୁଁ ବିନୟ କରୁଅଛି, ତୁମ୍ଭର ଲିଖିତ ପୁସ୍ତକରୁ ମୋହର ନାମ କାଟି ପକାଅ।”
33ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
34ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
35ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।