33ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯେଉଁ ଲୋକ ଆମ୍ଭ ବିରୁଦ୍ଧରେ ପାପ କରିଅଛି, ଆମ୍ଭେ ଆପଣା ପୁସ୍ତକରୁ ତାହାର ନାମ କାଟି ପକାଇବା।
34ଏବେ ଯାଅ, ଆମ୍ଭେ ଯେଉଁ ଦେଶ ବିଷୟରେ ତୁମ୍ଭକୁ କହିଅଛୁ, ସେହି ଦେଶକୁ ଲୋକମାନଙ୍କୁ ନେଇଯାଅ; ଦେଖ, ଆମ୍ଭ ଦୂତ ତୁମ୍ଭ ଆଗେ ଆଗେ ଗମନ କରିବେ; ମାତ୍ର ଆମ୍ଭେ ପ୍ରତିଫଳ ଦେବା ଦିନରେ ସେମାନଙ୍କ ପାପର ପ୍ରତିଫଳ ସେମାନଙ୍କୁ ଦେବା।”
35ପୁଣି, ସଦାପ୍ରଭୁ ଲୋକମାନଙ୍କୁ ଆଘାତ କଲେ, ଯେହେତୁ ହାରୋଣ-ନିର୍ମିତ ବାଛୁରି ସେମାନେ ନିର୍ମାଣ କରିଥିଲେ।