4ସେ ସେମାନଙ୍କ ହସ୍ତରୁ ତାହା ନେଇ ଶିଳ୍ପାସ୍ତ୍ରରେ ଛାଞ୍ଚ ପ୍ରସ୍ତୁତ କରି ଏକ ଢଳା ବାଛୁରି ନିର୍ମାଣ କଲେ; ତହୁଁ ଲୋକମାନେ କହିଲେ, “ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।”
5ତହିଁରେ ହାରୋଣ ତାହା ଦେଖି ତାହାର ସମ୍ମୁଖରେ ଗୋଟିଏ ବେଦି ନିର୍ମାଣ କଲେ, “ପୁଣି, ଆସନ୍ତାକାଲି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ ହେବ,” ଏହା ଘୋଷଣା କରାଇଲେ।
6ଏଥିରେ ଲୋକମାନେ ପରଦିନ ପ୍ରଭାତରେ ଉଠି ହୋମବଳି ଉତ୍ସର୍ଗ କଲେ ଓ ମଙ୍ଗଳାର୍ଥକ ନୈବେଦ୍ୟ ଆଣିଲେ; ତହୁଁ ଲୋକମାନେ ଭୋଜନ ଓ ପାନ କରିବାକୁ ବସିଲେ; ଏଉତ୍ତାରେ ଲୀଳା କରିବାକୁ ଉଠିଲେ।
7ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଓହ୍ଲାଇ ଯାଅ, କାରଣ ତୁମ୍ଭର ଯେଉଁ ଲୋକମାନଙ୍କୁ ତୁମ୍ଭେ ମିସରରୁ ବାହାର କରି ଆଣିଲ, ସେମାନେ ଆପଣାମାନଙ୍କୁ ଭ୍ରଷ୍ଟ କରିଅଛନ୍ତି।
8ଆମ୍ଭେ ସେମାନଙ୍କୁ ଯେଉଁ ପଥ ବିଷୟରେ ଆଜ୍ଞା ଦେଲୁ, ସେମାନେ ଶୀଘ୍ର ତହିଁରୁ ବିମୁଖ ହେଲେ; ସେମାନେ ଆପଣାମାନଙ୍କ ନିମନ୍ତେ ଏକ ଛାଞ୍ଚରେ ଢଳା ବାଛୁରି ନିର୍ମାଣ କରି ତାକୁ ପୂଜା କଲେ, ପୁଣି, ତାହା ନିକଟରେ ବଳିଦାନ କରି କହିଲେ, ‘ହେ ଇସ୍ରାଏଲ, ଯେଉଁ ଦେବତା ତୁମ୍ଭଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେ ଏହି।’”