ଯାତ୍ରା ପୁସ୍ତକ 33

ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;

Exodus 33:1 (UKJV) And the LORD said unto Moses, Depart, and go up behind, you and the people which you have brought up out of the land of Egypt, unto the land which I swore unto Abraham, to Isaac, and to Jacob, saying, Unto your seed will I give it:

1ଏହାପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଆମ୍ଭେ ଅବ୍ରହାମ ଓ ଇସ୍‌ହାକ ଓ ଯାକୁବ ନିକଟରେ ଶପଥ କରି ଯେଉଁ ଦେଶ ବିଷୟରେ କହିଥିଲୁ, ତୁମ୍ଭ ବଂଶକୁ ଏହି ଦେଶ ଦେବା, ସେହି ଦେଶକୁ ଯିବା ପାଇଁ ତୁମ୍ଭେ ଓ ମିସରରୁ ଆନୀତ ଲୋକମାନେ ଏହି ସ୍ଥାନରୁ ପ୍ରସ୍ଥାନ କର;

2ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।

3ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.