ଯାତ୍ରା ପୁସ୍ତକ 33

ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।

Exodus 33:10 (UKJV) And all the people saw the cloudy pillar stand at the tabernacle door: and all the people rose up and worshipped, every man in his tent door.

8ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍‍ ଅନାଇ ରହିଲେ।

9ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।

10ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।

11ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।

12ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.