11ମନୁଷ୍ୟ ଯେପରି ମିତ୍ର ସହିତ ଆଳାପ କରେ, ସେପରି ସଦାପ୍ରଭୁ ମୁଖାମୁଖି ହୋଇ ମୋଶାଙ୍କ ସହିତ ଆଳାପ କଲେ; ଏଉତ୍ତାରେ ମୋଶା ଛାଉଣିକୁ ବାହୁଡ଼ି ଆସିଲେ, ମାତ୍ର ନୂନର ପୁତ୍ର ଯିହୋଶୂୟ ନାମକ ତାଙ୍କର ଯୁବା ପରିଚାରକ ତମ୍ବୁ ମଧ୍ୟରୁ ପ୍ରସ୍ଥାନ କଲେ ନାହିଁ।
12ଏଥିଉତ୍ତାରେ ମୋଶା ସଦାପ୍ରଭୁଙ୍କୁ କହିଲେ, “ଦେଖ, ତୁମ୍ଭେ ଏହି ଲୋକମାନଙ୍କୁ ଘେନିଯିବା ନିମନ୍ତେ ମୋତେ କହୁଅଛ; ମାତ୍ର ତୁମ୍ଭେ ମୋʼ ସଙ୍ଗରେ କାହାକୁ ପଠାଇବ, ଏହା ତୁମ୍ଭେ ମୋତେ ଜଣାଇ ନାହଁ। ତଥାପି ତୁମ୍ଭେ କହିଅଛ, ଆମ୍ଭେ ନାମ ଦ୍ୱାରା ତୁମ୍ଭକୁ ଜାଣୁ ଓ ତୁମ୍ଭେ ଆମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛ।
13ଉତ୍ତମ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଅଛି, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇବା ପାଇଁ ଯେପରି ତୁମ୍ଭଙ୍କୁ ଜାଣି ପାରିବି, ଏଥିପାଇଁ ଏବେ ତୁମ୍ଭେ ମୋତେ ଆପଣା ମାର୍ଗ ଜଣାଅ; ପୁଣି, ଏହି ଗୋଷ୍ଠୀ ଯେ ତୁମ୍ଭର ଲୋକ, ଏହା ବିବେଚନା କର।”
14ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”
15ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”