15ତହିଁରେ ସେ ତାହାଙ୍କୁ କହିଲେ, “ଯଦି ତୁମ୍ଭର ଉପସ୍ଥିତି ଆମ୍ଭମାନଙ୍କ ସହିତ ଗମନ ନ କରନ୍ତି, ତେବେ ଏହି ସ୍ଥାନରୁ ଆମ୍ଭମାନଙ୍କୁ ନେଇଯାଅ ନାହିଁ।”
16କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?
17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଏହି ଯେଉଁ କଥା ତୁମ୍ଭେ କହିଅଛ, ତାହା ହିଁ ଆମ୍ଭେ କରିବା, କାରଣ ତୁମ୍ଭେ ମୋʼ ଦୃଷ୍ଟିରେ ଅନୁଗ୍ରହ ପାଇଅଛ, ପୁଣି, ଆମ୍ଭେ ତୁମ୍ଭକୁ ନାମ ଦ୍ୱାରା ଜାଣିଅଛୁ।”
18ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
19ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”