18ପୁଣି, ସେ କହିଲେ, “ବିନୟ କରୁଅଛି, ତୁମ୍ଭେ ମୋତେ ଆପଣା ମହିମା ଦେଖାଅ।”
19ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”
20ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”
21ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;
22ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।