ଯାତ୍ରା ପୁସ୍ତକ 33

ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;

Exodus 33:21 (UKJV) And the LORD said, Behold, there is a place by me, and you shall stand upon a rock:

19ସେ ଉତ୍ତର କଲେ, “ଆମ୍ଭେ ତୁମ୍ଭ ସମ୍ମୁଖ ଦେଇ ଆପଣାର ସମସ୍ତ ଉତ୍ତମତା ଗମନ କରାଇବା, ତୁମ୍ଭ ସମ୍ମୁଖରେ ସଦାପ୍ରଭୁଙ୍କର ନାମ ଘୋଷଣା କରିବା; ଆମ୍ଭେ ଯାହାକୁ ଅନୁଗ୍ରହ କରୁ, ତାହାକୁ ଅନୁଗ୍ରହ କରିବା ଓ ଯାହାକୁ ଦୟା କରୁ, ତାହାକୁ ଦୟା କରିବା।”

20ସେ ଆହୁରି କହିଲେ, “ତୁମ୍ଭେ ଆମ୍ଭର ମୁଖ ଦେଖି ପାରିବ ନାହିଁ; କାରଣ ମନୁଷ୍ୟ ଆମ୍ଭଙ୍କୁ ଦେଖି ବଞ୍ଚିବ ନାହିଁ।”

21ସଦାପ୍ରଭୁ କହିଲେ, “ଦେଖ, ଆମ୍ଭ ନିକଟରେ ଏକ ସ୍ଥାନ ଅଛି, ତୁମ୍ଭେ ସେହି ଶୈଳ ଉପରେ ଠିଆ ହେବ;

22ତହିଁରେ ତୁମ୍ଭ ନିକଟ ଦେଇ ଆମ୍ଭ ମହିମାର ଗମନ ସମୟରେ ଆମ୍ଭେ ତୁମ୍ଭକୁ ଶୈଳର ସେହି ଛିଦ୍ରରେ ରଖିବା ଓ ଆମ୍ଭ ଗମନର ଶେଷ ପର୍ଯ୍ୟନ୍ତ ଆପଣା ହସ୍ତରେ ତୁମ୍ଭକୁ ଆଚ୍ଛନ୍ନ କରିବା।

23ଏଥିଉତ୍ତାରେ ଆମ୍ଭେ ଆପଣା ହସ୍ତ କାଢ଼ି ନେଲେ ତୁମ୍ଭେ ଆମ୍ଭର ପୃଷ୍ଠ ଦେଖିବ, ମାତ୍ର ଆମ୍ଭର ମୁଖ ଦେଖାଯିବ ନାହିଁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.