2ଆମ୍ଭେ ତୁମ୍ଭ ଆଗେ ଆଗେ ଏକ ଦୂତ ପଠାଇବା; ପୁଣି, ଆମ୍ଭେ କିଣାନୀୟ, ଇମୋରୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତଡ଼ିଦେବା।
3ଏନିମନ୍ତେ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶକୁ ଯାଅ; ମାତ୍ର ଆମ୍ଭେ ତୁମ୍ଭର ମଧ୍ୟବର୍ତ୍ତୀ ହୋଇ ଯିବା ନାହିଁ; ଗଲେ ଆମ୍ଭେ ପଥ ମଧ୍ୟରେ ତୁମ୍ଭଙ୍କୁ ସଂହାର କରିବା, କାରଣ ତୁମ୍ଭେ ଶକ୍ତଗ୍ରୀବ ଲୋକ।”
4ଲୋକମାନେ ଏହି ଅଶୁଭ ସମ୍ବାଦ ଶୁଣି ଶୋକ କଲେ; କେହି ଆପଣା ଶରୀରରେ ଆଭରଣ ପରିଧାନ କଲେ ନାହିଁ।
5କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
6ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।