6ଏଥିରେ ଇସ୍ରାଏଲ-ସନ୍ତାନଗଣ ହୋରେବ ପର୍ବତ ନିକଟରୁ ଅଗ୍ରସର ହୋଇଯାଉ ଯାଉ ଆପଣା ଆପଣା ସମସ୍ତ ଆଭରଣ ଦୂର କଲେ।
7ଏସମୟରେ ଏପରି ଥିଲା ଯେ, ମୋଶା ଆପଣା ତମ୍ବୁ ନେଇ ଛାଉଣିର ବାହାରେ ଓ ଛାଉଣିଠାରୁ ଦୂରରେ ସ୍ଥାପନ କଲେ ଓ ତାହାର ନାମ ସମାଗମ-ତମ୍ବୁ ଦେଲେ। ସଦାପ୍ରଭୁଙ୍କ ଅନ୍ୱେଷଣକାରୀ ପ୍ରତ୍ୟେକ ଲୋକ ଛାଉଣିର ବାହାରସ୍ଥିତ ସେହି ସମାଗମ-ତମ୍ବୁ ନିକଟକୁ ଯାʼନ୍ତି।
8ପୁଣି, ଏପରି ଘଟିଲା ଯେ, ମୋଶା ବାହାର ହୋଇ ସେହି ତମ୍ବୁ ନିକଟକୁ ଯିବା ସମୟରେ ସମସ୍ତ ଲୋକ ଉଠି ଆପଣା ଆପଣା ତମ୍ବୁ ଦ୍ୱାରରେ ଠିଆ ହେଲେ, ଆଉ ଯେପର୍ଯ୍ୟନ୍ତ ମୋଶା ସେହି ତମ୍ବୁରେ ପ୍ରବେଶ କଲେ ନାହିଁ, ସେପର୍ଯ୍ୟନ୍ତ ସେମାନେ ତାଙ୍କର ପଶ୍ଚାତ୍ ଅନାଇ ରହିଲେ।
9ଏଉତ୍ତାରେ ମୋଶା ତମ୍ବୁରେ ପ୍ରବେଶ କରନ୍ତେ, ମେଘସ୍ତମ୍ଭ ଓହ୍ଲାଇ ତମ୍ବୁ ଦ୍ୱାରରେ ଅବସ୍ଥିତ ହେଲା; ତହିଁରେ ସଦାପ୍ରଭୁ ମୋଶାଙ୍କ ସହିତ ଆଳାପ କଲେ।
10ତମ୍ବୁ ଦ୍ୱାରରେ ଅବସ୍ଥିତ ମେଘସ୍ତମ୍ଭ ଦେଖନ୍ତେ, ସମସ୍ତ ଲୋକ ଉଠି ପ୍ରତ୍ୟେକେ ଆପଣା ଆପଣା ତମ୍ବୁ ଦ୍ୱାରରେ ଥାଇ ପ୍ରଣାମ କଲେ।