8ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,
9“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”
10ତେବେ ସେ କହିଲେ, “ଦେଖ, ମୁଁ ଗୋଟିଏ ନିୟମ କରିବି; ସମସ୍ତ ପୃଥିବୀରେ ଅବା କୌଣସି ଗୋଷ୍ଠୀ ମଧ୍ୟରେ ଯାହା କେବେ କରାଯାଇ ନାହିଁ, ଏପରି ଆଶ୍ଚର୍ଯ୍ୟକର୍ମ ଆମ୍ଭେ ତୁମ୍ଭର ସମସ୍ତ ଲୋକଙ୍କ ସାକ୍ଷାତରେ କରିବା; ତହିଁରେ ଯେଉଁସବୁ ଲୋକଙ୍କ ମଧ୍ୟରେ ତୁମ୍ଭେ ଅଛ, ସେମାନେ ସଦାପ୍ରଭୁଙ୍କର ସେହି କର୍ମ ଦେଖିବେ, କାରଣ ଆମ୍ଭେ ତୁମ୍ଭ ନିକଟରେ ଯାହା କରିବା, ତାହା ଭୟଙ୍କର ଅଟେ।
11ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।
12ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।