11ଆଜି ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରୁ, ତହିଁରେ ମନୋଯୋଗ କର; ଦେଖ, ଆମ୍ଭେ ଇମୋରୀୟ, କିଣାନୀୟ, ହିତ୍ତୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ ଲୋକମାନଙ୍କୁ ତୁମ୍ଭ ଆଗରୁ ତଡ଼ିଦେବା।
12ତୁମ୍ଭେ ଆପଣା ବିଷୟରେ ସାବଧାନ ହୁଅ, ଯେଉଁ ଦେଶକୁ ତୁମ୍ଭେ ଯାଉଅଛ, ସେହି ଦେଶର ନିବାସୀମାନଙ୍କ ସହିତ ନିୟମ କର ନାହିଁ; କାଳେ ତାହା ତୁମ୍ଭମାନଙ୍କ ମଧ୍ୟରେ ଗୋଟିଏ ଫାନ୍ଦ ସ୍ୱରୂପ ହେବ।
13ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।
14ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍ଯୋଗୀ ପରମେଶ୍ୱର ଅଟନ୍ତି।
15କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;