ଯାତ୍ରା ପୁସ୍ତକ 34

କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;

Exodus 34:15 (UKJV) Lest you make a covenant with the inhabitants of the land, and they go a whoring after their gods, and do sacrifice unto their gods, and one call you, and you eat of his sacrifice;

13ମାତ୍ର ତୁମ୍ଭେମାନେ ସେମାନଙ୍କ ବେଦିସବୁ ଭଗ୍ନ କରିବ ଓ ସେମାନଙ୍କ ସ୍ତମ୍ଭସବୁ ଭାଙ୍ଗି ପକାଇବ ଓ ଆଶେରାର ମୂର୍ତ୍ତି କାଟି ପକାଇବ।

14ଯେହେତୁ ତୁମ୍ଭେ ଅନ୍ୟ କୌଣସି ଦେବତାକୁ ପ୍ରଣାମ କରିବ ନାହିଁ, କାରଣ ସଦାପ୍ରଭୁଙ୍କ ନାମ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ, ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର ଅଟନ୍ତି।

15କେଜାଣି ଅବା ତୁମ୍ଭେ ସେହି ଦେଶ ନିବାସୀ ଲୋକମାନଙ୍କ ସହିତ ନିୟମ କରିବ; କଲେ ଯେଉଁ ସମୟରେ ସେମାନେ ନିଜେ ଦେବଗଣର ଅନୁଗାମୀ ହୋଇ ବ୍ୟଭିଚାର କରନ୍ତି ଓ ନିଜ ଦେବଗଣ ନିକଟରେ ବଳିଦାନ କରନ୍ତି, ସେସମୟରେ କେହି ତୁମ୍ଭକୁ ଡାକିଲେ, ତୁମ୍ଭେ ତାହାର ବଳିଦ୍ରବ୍ୟ ଖାଇବ;

16କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।

17ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.