16କିଅବା ତୁମ୍ଭେ ଆପଣା ପୁତ୍ରମାନଙ୍କ ନିମନ୍ତେ ସେମାନଙ୍କ କନ୍ୟାଗଣକୁ ଗ୍ରହଣ କଲେ, ସେମାନଙ୍କ କନ୍ୟାଗଣ ନିଜ ଦେବଗଣର ଅନୁଗାମିନୀ ହୋଇ ତୁମ୍ଭ ପୁତ୍ରଗଣକୁ ଆପଣାମାନଙ୍କ ଦେବଗଣର ଅନୁଗାମୀ କରି ବ୍ୟଭିଚାର କରାଇବେ।
17ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
18ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
19ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
20ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।