18ତୁମ୍ଭେ ତାଡ଼ିଶୂନ୍ୟ ରୁଟିର ଉତ୍ସବ ପାଳନ କରିବ, ପୁଣି, ଆବୀବ୍ ମାସର ଯେଉଁ ସମୟରେ ଯେରୂପ କରିବାକୁ ତୁମ୍ଭକୁ ଆଜ୍ଞା ଦେଇଅଛୁ, ସେହିରୂପେ ତୁମ୍ଭେ ସାତ ଦିନ ତାଡ଼ିଶୂନ୍ୟ ରୁଟି ଖାଇବ; କାରଣ ସେହି ଆବୀବ୍ ମାସରେ ତୁମ୍ଭେ ମିସର ଦେଶରୁ ବାହାର ହୋଇ ଆସିଥିଲ।
19ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।
20ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।
21ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
22ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।