ଯାତ୍ରା ପୁସ୍ତକ 34

ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।

Exodus 34:21 (UKJV) Six days you shall work, but on the seventh day you shall rest: in earring time and in harvest you shall rest.

19ଆଉ ସମସ୍ତ ପ୍ରଥମଜାତ ଗର୍ଭଫଳ ଓ ଗୋମେଷାଦି ପଲ ମଧ୍ୟରୁ ପ୍ରଥମଜାତ ପୁଂପଶୁ ସକଳ ଆମ୍ଭର।

20ମାତ୍ର ପ୍ରଥମଜାତ ଗର୍ଦ୍ଦଭ ପରିବର୍ତ୍ତରେ ତୁମ୍ଭେ ମେଷଶାବକ ଦେଇ ତାକୁ ମୁକ୍ତ କରିବ; ଯଦି ମୁକ୍ତ ନ କରିବ, ତେବେ ତାʼର ବେକ ଭାଙ୍ଗିବ। ତୁମ୍ଭର ପ୍ରଥମଜାତ ପୁତ୍ର ସକଳକୁ ତୁମ୍ଭେ ମୁକ୍ତ କରିବ। ଆଉ, କେହି ଶୂନ୍ୟ ହସ୍ତରେ ଆମ୍ଭ ସମ୍ମୁଖରେ ଉପସ୍ଥିତ ହେବ ନାହିଁ।

21ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।

22ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।

23ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.