21ତୁମ୍ଭେ ଛଅ ଦିନ କର୍ମ କରିବ, ମାତ୍ର ସପ୍ତମ ଦିନରେ ବିଶ୍ରାମ କରିବ; କୃଷି ଓ ଶସ୍ୟଚ୍ଛେଦନ ସମୟରେ ମଧ୍ୟ ବିଶ୍ରାମ କରିବ।
22ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।
23ତୁମ୍ଭମାନଙ୍କର ସମସ୍ତ ପୁରୁଷ ବର୍ଷ ମଧ୍ୟରେ ତିନି ଥର ଇସ୍ରାଏଲର ପ୍ରଭୁ ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବେ।
24କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।
25ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।