ଯାତ୍ରା ପୁସ୍ତକ 34

ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”

Exodus 34:26 (UKJV) The first of the first-fruits of your land you shall bring unto the house of the LORD your God. You shall not seethe a kid in his mother's milk.

24କାରଣ ଆମ୍ଭେ ତୁମ୍ଭ ସମ୍ମୁଖରୁ ଅନ୍ୟ ଦେଶୀୟ ଲୋକମାନଙ୍କୁ ଦୂର କରିବା ଓ ତୁମ୍ଭର ସୀମା ବିସ୍ତାର କରିବା, ପୁଣି, ତୁମ୍ଭେ ବର୍ଷ ମଧ୍ୟରେ ତିନି ଥର ସଦାପ୍ରଭୁ ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବା ନିମନ୍ତେ ଗମନ କଲେ, ତୁମ୍ଭ ଭୂମି ପ୍ରତି କେହି ଲୋଭ କରିବ ନାହିଁ।

25ତୁମ୍ଭେ ଆମ୍ଭ ବଳିର ରକ୍ତ ତାଡ଼ିଯୁକ୍ତ ଦ୍ରବ୍ୟ ସହିତ ଉତ୍ସର୍ଗ କରିବ ନାହିଁ ଓ ନିସ୍ତାରପର୍ବୀୟ ଉତ୍ସବର ବଳିଦ୍ରବ୍ୟ ପ୍ରାତଃକାଳ ପର୍ଯ୍ୟନ୍ତ ରଖିବ ନାହିଁ।

26ତୁମ୍ଭେ ଆପଣା ଭୂମିର ପ୍ରଥମଜାତ ଫଳର ଅଗ୍ରିମାଂଶ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ଗୃହକୁ ଆଣିବ। ପୁଣି, ତୁମ୍ଭେ ଛାଗର ଶାବକକୁ ତାହାର ମାତାର ଦୁଗ୍ଧରେ ପାକ କରିବ ନାହିଁ।”

27ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”

28ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.