27ଆଉ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଏହିସବୁ ବାକ୍ୟ ଲେଖ, କାରଣ ଆମ୍ଭେ ଏହି ବାକ୍ୟାନୁସାରେ ତୁମ୍ଭ ସହିତ ଓ ଇସ୍ରାଏଲ ସହିତ ନିୟମ ସ୍ଥିର କରିଅଛୁ।”
28ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍, ଦଶ ଆଜ୍ଞା ଲେଖିଲେ।
29ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।
30ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
31ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।