ଯାତ୍ରା ପୁସ୍ତକ 34

ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।

Exodus 34:30 (UKJV) And when Aaron and all the children of Israel saw Moses, behold, the skin of his face shone; and they were afraid to come nigh him.

28ସେହି ସମୟରେ ମୋଶା ସଦାପ୍ରଭୁଙ୍କ ସହିତ ସେହି ସ୍ଥାନରେ ଚାଳିଶ ଦିବାରାତ୍ର ଅବସ୍ଥାନ କଲେ; ସେ ଅନ୍ନ ଭୋଜନ କି ଜଳ ପାନ କଲେ ନାହିଁ। ସେ ସେହି ଦୁଇ ପ୍ରସ୍ତରରେ ନିୟମ-ବାକ୍ୟ, ଅର୍ଥାତ୍‍, ଦଶ ଆଜ୍ଞା ଲେଖିଲେ।

29ଏଥିଉତ୍ତାରେ ମୋଶା ସୀନୟ ପର୍ବତରୁ ଓହ୍ଲାଇବା ସମୟରେ ସାକ୍ଷ୍ୟରୂପ ଦୁଇ ଖଣ୍ଡ ପ୍ରସ୍ତର ହସ୍ତରେ ଘେନି ପର୍ବତରୁ ଓହ୍ଲାଇଲେ, ମାତ୍ର ସଦାପ୍ରଭୁଙ୍କ ସହିତ ଆଳାପ କରିବା ସକାଶୁ ଆପଣା ମୁଖର ଚର୍ମ ଯେ ଉଜ୍ଜ୍ୱଳ ହୋଇଥିଲା, ତାହା ମୋଶା ଜାଣି ନ ଥିଲେ।

30ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।

31ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।

32ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.