30ପୁଣି, ଯେତେବେଳେ ହାରୋଣ ଓ ଇସ୍ରାଏଲ-ସନ୍ତାନଗଣ ମୋଶାଙ୍କୁ ଦେଖିଲେ, ସେତେବେଳେ ତାଙ୍କର ମୁଖର ଚର୍ମ ଉଜ୍ଜ୍ୱଳ ଥିଲା; ଏଣୁ ସେମାନେ ତାଙ୍କ ନିକଟକୁ ଯିବା ପାଇଁ ଭୀତ ହେଲେ।
31ମାତ୍ର ମୋଶା ସେମାନଙ୍କୁ ଡାକନ୍ତେ, ହାରୋଣ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ତାଙ୍କ ନିକଟକୁ ଫେରିଗଲେ; ତହିଁରେ ମୋଶା ସେମାନଙ୍କ ସହିତ ଆଳାପ କଲେ।
32ତହିଁ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ତାଙ୍କ ନିକଟକୁ ଗଲେ; ତହିଁରେ ସଦାପ୍ରଭୁ ସୀନୟ ପର୍ବତରେ ତାଙ୍କୁ ଯେଉଁ ଯେଉଁ କଥା କହିଥିଲେ, ତାହାସବୁ ସେ ଆଜ୍ଞା ରୂପେ ସେମାନଙ୍କୁ ଜଣାଇଲେ।
33ଆଉ, ମୋଶା ସେମାନଙ୍କ ସହିତ କଥୋପକଥନ ସମାପନ କଲା ଉତ୍ତାରେ ଆପଣା ମୁଖରେ ଘୁମୁଟା ଦେଲେ।
34ମାତ୍ର ମୋଶା ସଦାପ୍ରଭୁଙ୍କ ସହିତ କଥା କହିବା ପାଇଁ ଭିତରେ ତାହାଙ୍କ ସାକ୍ଷାତକୁ ଯାଇ ବାହାରକୁ ନ ଆସିବା ପର୍ଯ୍ୟନ୍ତ ସେହି ଘୁମୁଟା କାଢ଼ି ରଖିଲେ; ଆଉ ଯେଉଁ ଆଜ୍ଞା ପାଇଲେ, ବାହାରେ ଆସି ଇସ୍ରାଏଲ-ସନ୍ତାନଗଣକୁ ତାହା କହିଲେ।