5ତେବେ ସଦାପ୍ରଭୁ ମେଘରେ ଅବରୋହଣ କରି ସେ ସ୍ଥାନରେ ତାଙ୍କ ସହିତ ଠିଆ ହୋଇ “ସଦାପ୍ରଭୁଙ୍କ” ନାମ ଘୋଷଣା କଲେ।
6ଆଉ ସଦାପ୍ରଭୁ ତାଙ୍କ ସମ୍ମୁଖ ଦେଇ ଗମନ କରି ଏହା ଘୋଷଣା କଲେ, “ସଦାପ୍ରଭୁ, ସଦାପ୍ରଭୁ ପରମେଶ୍ୱର ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ;
7ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞାଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା।”
8ତହୁଁ ମୋଶା ଶୀଘ୍ର ଭୂମିରେ ନତ ମସ୍ତକ ହୋଇ ପ୍ରଣାମ କରି କହିଲେ,
9“ପ୍ରଭୋ, ମୁଁ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି, ପ୍ରଭୁ ଆମ୍ଭମାନଙ୍କ ମଧ୍ୟବର୍ତ୍ତୀ ହୋଇ ଗମନ କରନ୍ତୁ; କାରଣ ଏମାନେ ଶକ୍ତଗ୍ରୀବ ଲୋକ, ଆଉ ଆମ୍ଭମାନଙ୍କ ଅପରାଧ ଓ ପାପ ମୋଚନ କରି ଆପଣା ଅଧିକାରାର୍ଥେ ଆମ୍ଭମାନଙ୍କୁ ଗ୍ରହଣ କରନ୍ତୁ।”