15ପୁଣି, ଧୂପବେଦି, ତହିଁର ସାଙ୍ଗୀ, ଅଭିଷେକାର୍ଥକ ତୈଳ, ସୁଗନ୍ଧି ଧୂପ ଓ ଆବାସ ପ୍ରବେଶ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
16ପୁଣି, ହୋମବେଦି, ତହିଁର ପିତ୍ତଳ-ଝାଞ୍ଜିରୀ, ସାଙ୍ଗୀ, ପାତ୍ରସକଳ, ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି,
17ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
18ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
19ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”