17ପୁଣି, ପ୍ରାଙ୍ଗଣର ପରଦା, ତହିଁର ସ୍ତମ୍ଭ, ଚୁଙ୍ଗୀ ଓ ପ୍ରାଙ୍ଗଣ ଦ୍ୱାରର ଆଚ୍ଛାଦନ ବସ୍ତ୍ର,
18ପୁଣି, ଆବାସର କଣ୍ଟା, ପ୍ରାଙ୍ଗଣର କଣ୍ଟା ଓ ଉଭୟର ରଜ୍ଜୁ,
19ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”
20ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।
21ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।