ଯାତ୍ରା ପୁସ୍ତକ 35

ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

Exodus 35:21 (UKJV) And they came, every one whose heart stirred him up, and every one whom his spirit made willing, and they brought the LORD's offering to the work of the tabernacle of the congregation, and for all his service, and for the holy garments.

19ପୁଣି, ପବିତ୍ର ସ୍ଥାନରେ ସେବା କରିବା ନିମନ୍ତେ ସୁଶୋଭିତ ବସ୍ତ୍ର, ଅର୍ଥାତ୍‍, ହାରୋଣ ଯାଜକଙ୍କ ନିମନ୍ତେ ପବିତ୍ର ବସ୍ତ୍ର ଓ ଯାଜକ କର୍ମ ନିମନ୍ତେ ତାଙ୍କର ପୁତ୍ରମାନଙ୍କର ବସ୍ତ୍ର, ଏହି ସମସ୍ତ ପ୍ରସ୍ତୁତ କରିବ।”

20ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ମୋଶାଙ୍କ ସମ୍ମୁଖରୁ ପ୍ରସ୍ଥାନ କଲେ।

21ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

22ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।

23ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.