ଯାତ୍ରା ପୁସ୍ତକ 35

ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

Exodus 35:23 (UKJV) And every man, with whom was found blue, and purple, and scarlet, and fine linen, and goats' hair, and red skins of rams, and badgers' skins, brought them.

21ପୁଣି, ଯାହାର ମନ ଯାହାକୁ ପ୍ରବର୍ତ୍ତାଇଲା ଓ ଯାହାର ଆତ୍ମା ଯାହାକୁ ଇଚ୍ଛୁକ କଲା, ସେମାନେ ସମାଗମ-ତମ୍ବୁ ନିର୍ମାଣ ନିମନ୍ତେ ଓ ତତ୍‍ସମ୍ବନ୍ଧୀୟ ସମସ୍ତ କାର୍ଯ୍ୟ ଓ ପବିତ୍ର ବସ୍ତ୍ର ନିମନ୍ତେ ସଦାପ୍ରଭୁଙ୍କର ଉପହାର ଆଣିଲେ।

22ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।

23ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।

24ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍‍ କାଷ୍ଠ ଥିଲା, ସେ ତାହା ଆଣିଲା।

25ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.