22ପୁଣି, ପୁରୁଷ ଓ ସ୍ତ୍ରୀ ଯେତେ ଲୋକ ସ୍ୱଚ୍ଛନ୍ଦମନା ଥିଲେ, ସେସମସ୍ତେ ଆସି ଉରୋମଣି, କୁଣ୍ଡଳ, ଅଙ୍ଗୁରୀୟ ଓ ହାର ପ୍ରଭୃତି ସ୍ୱର୍ଣ୍ଣ ଅଳଙ୍କାରସବୁ ଆଣିଲେ; ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱର୍ଣ୍ଣର ଉପହାର ଉତ୍ସର୍ଗ କଲେ।
23ପୁଣି, ଯେଉଁମାନଙ୍କ ନିକଟରେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ଶୁଭ୍ର କ୍ଷୌମସୂତ୍ର, ଛାଗର ଲୋମ, ରକ୍ତୀକୃତ ମେଷ ଚର୍ମ ଓ ଶିଶୁକ ଚର୍ମ ଥିଲା, ସେମାନେ ପ୍ରତ୍ୟେକେ ତାହା ଆଣିଲେ।
24ପୁଣି, ଯେ ରୂପାର କି ପିତ୍ତଳର ଉପହାର ଉତ୍ସର୍ଗ କଲା, ସେ ସଦାପ୍ରଭୁଙ୍କର ଉପହାର ଆଣିଲା; ଆଉ ଯାହା ନିକଟରେ ସେବାର କୌଣସି କର୍ମ ନିମନ୍ତେ ଶିଟୀମ୍ କାଷ୍ଠ ଥିଲା, ସେ ତାହା ଆଣିଲା।
25ବୁଦ୍ଧିମତୀ ସ୍ତ୍ରୀମାନେ ଆପଣା ଆପଣା ହସ୍ତରେ ସୂତା କାଟି ନୀଳ ଧୂମ୍ର, ସିନ୍ଦୂର ବର୍ଣ୍ଣ ଓ ଶୁଭ୍ର କ୍ଷୌମସୂତ୍ର ଆଣିଲେ।
26ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।