26ପୁଣି, ଯେଉଁ ସ୍ତ୍ରୀମାନଙ୍କର ମନ ଜ୍ଞାନରେ ପ୍ରବୃତ୍ତ ହେଲା, ସେସମସ୍ତେ ଛାଗ ଲୋମର ସୂତା କାଟିଲେ।
27ପୁଣି, ଅଧ୍ୟକ୍ଷଗଣ ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକାଦି ଖଚନାର୍ଥକ ମଣି,
28ଆଉ ଦୀପ ଓ ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପ ନିମନ୍ତେ ଗନ୍ଧଦ୍ରବ୍ୟ ଓ ତୈଳ ଆଣିଲେ।
29ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।
30ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।