ଯାତ୍ରା ପୁସ୍ତକ 35

ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି

Exodus 35:31 (UKJV) And he has filled him with the spirit of God, in wisdom, in understanding, and in knowledge, and in all manner of workmanship;

29ଇସ୍ରାଏଲ-ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।

30ଏଥିଉତ୍ତାରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆହୁରି କହିଲେ, “ଦେଖ, ସଦାପ୍ରଭୁ ଯିହୁଦା ବଂଶୀୟ ହୂରର ପୌତ୍ର ଊରିର ପୁତ୍ର ବତ୍ସଲେଲକୁ ନାମ ଧରି ଡାକିଅଛନ୍ତି।

31ପୁଣି, ତାହାକୁ ଜ୍ଞାନ, ବୁଦ୍ଧି, ବିଦ୍ୟା ଓ କର୍ମନୈପୁଣ୍ୟ-ଦାୟକ ପରମେଶ୍ୱରଙ୍କ ଆତ୍ମାରେ ପରିପୂର୍ଣ୍ଣ କରି

32ଚିତ୍ର କର୍ମ ଓ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ ଖୋଦନ

33ଓ ଖଚନାର୍ଥକ ମଣିର କର୍ତ୍ତନ ଓ ନାନା ଶିଳ୍ପକର୍ମ ନିମନ୍ତେ କାଷ୍ଠ ଖୋଦନ, ଏହିସବୁ ଶିଳ୍ପକର୍ମ କରିବା ପାଇଁ ତାହାକୁ ନିପୁଣ କରିଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.