3ତୁମ୍ଭେମାନେ ବିଶ୍ରାମବାରରେ ଆପଣାମାନଙ୍କ କୌଣସି ବାସ ସ୍ଥାନରେ ଅଗ୍ନି ଜାଳିବ ନାହିଁ।”
4ଆଉ, ମୋଶା ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଆହୁରି କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
5ତୁମ୍ଭେମାନେ ସଦାପ୍ରଭୁଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉପହାର ସଂଗ୍ରହ କର; ଯେକେହି ସ୍ୱଚ୍ଛନ୍ଦମନା, ସେ ସଦାପ୍ରଭୁଙ୍କ ନିମନ୍ତେ ସ୍ୱର୍ଣ୍ଣ, ରୌପ୍ୟ ଓ ପିତ୍ତଳ,
6ପୁଣି, ନୀଳବର୍ଣ୍ଣ, ଧୂମ୍ରବର୍ଣ୍ଣ, ସିନ୍ଦୂର ବର୍ଣ୍ଣ, ଶୁଭ୍ର, କ୍ଷୌମସୂତ୍ର ଓ ଛାଗର ଲୋମ,
7ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,