7ପୁଣି, ରକ୍ତୀକୃତ ମେଷ ଚର୍ମ, ଶିଶୁକ ଚର୍ମ ଓ ଶିଟୀମ୍ କାଷ୍ଠ,
8ପୁଣି, ଦୀପାର୍ଥକ ତୈଳ, ଅଭିଷେକାର୍ଥକ ତୈଳ ଓ ସୁଗନ୍ଧି ଧୂପାର୍ଥକ ଗନ୍ଧଦ୍ରବ୍ୟ,
9ପୁଣି, ଏଫୋଦ ଓ ବୁକୁପଟା ନିମନ୍ତେ ଗୋମେଦକ ମଣି ପ୍ରଭୃତି ଖଚନୀୟ ପ୍ରସ୍ତର, ଏହି ସମସ୍ତ ସଦାପ୍ରଭୁଙ୍କର ଉପହାର ଆଣିବ।
10ଆଉ ତୁମ୍ଭମାନଙ୍କ ମଧ୍ୟରୁ ପ୍ରତ୍ୟେକ ବିଜ୍ଞମନା ଲୋକ ଆସି ସଦାପ୍ରଭୁଙ୍କର ଆଦିଷ୍ଟ ସକଳ ବସ୍ତୁ ନିର୍ମାଣ କରନ୍ତୁ,
11ଅର୍ଥାତ୍, ଆବାସ, ତହିଁର ତମ୍ବୁ, ଛାତ, ଆଙ୍କୁଡ଼ା, ପଟା, ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀ,