8ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
9ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।
10ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।
11ଆଉ, ସେ ଯୋଡ଼ ସ୍ଥାନରେ ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ନୀଳ ସୂତ୍ରର ଫାଶ କଲେ; ଯୋଡ଼ସ୍ଥାନର ଦ୍ୱିତୀୟ ଅନ୍ତ୍ୟ ଯବନିକାର ଧଡ଼ିରେ ତଦ୍ରୂପ କଲେ।
12ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।