12ସେ ପ୍ରଥମ ଯବନିକାର ଧଡ଼ିରେ ପଚାଶ ଫାଶ ଓ ଯୋଡ଼ସ୍ଥାନର ଦ୍ୱିତୀୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ; ସେହି ଫାଶସବୁ ପରସ୍ପର ସମ୍ମୁଖୀନ ରହିଲା।
13ଆଉ ସେ ପଚାଶ ସ୍ୱର୍ଣ୍ଣ ଆଙ୍କୁଡ଼ା କରି ଆଙ୍କୁଡ଼ାରେ ଯବନିକାସକଳ ପରସ୍ପର ଯୋଡ଼ିଲେ; ତହିଁରେ ଆବାସ ଏକ ହିଁ ହେଲା।
14ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
15ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
16ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।