14ଏଉତ୍ତାରେ ସେ ଆବାସର ଆଚ୍ଛାଦନାର୍ଥକ ତମ୍ବୁ ନିମନ୍ତେ ଛାଗ ଲୋମର ଏକାଦଶ ଯବନିକା ପ୍ରସ୍ତୁତ କଲେ।
15ପ୍ରତ୍ୟେକ ଯବନିକାର ଦୈର୍ଘ୍ୟ ତିରିଶ ହସ୍ତ ଓ ପ୍ରସ୍ଥ ଚାରି ହସ୍ତ, ସେହି ଏକାଦଶ ଯବନିକାର ସମାନ ପରିମାଣ ଥିଲା।
16ପୁଣି, ସେ ପାଞ୍ଚ ଯବନିକା ପରସ୍ପର ଯୋଡ଼ି ପୃଥକ ରଖିଲେ ଓ ଅନ୍ୟ ଛଅ ଯବନିକା ଯୋଡ଼ି ପୃଥକ ରଖିଲେ।
17ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।
18ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।