ଯାତ୍ରା ପୁସ୍ତକ 36

ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।

Exodus 36:19 (UKJV) And he made a covering for the tent of rams' skins dyed red, and a covering of badgers' skins above that.

17ଯୋଡ଼ସ୍ଥାନର ପ୍ରଥମ ଅନ୍ତ୍ୟ ଯବନିକାର ଧଡ଼ିରେ ପଚାଶ ଫାଶ କଲେ ଓ ଦ୍ୱିତୀୟ ଯବନିକାର ଯୋଡ଼ସ୍ଥାନ ଧଡ଼ିରେ ପଚାଶ ଫାଶ କଲେ।

18ଆଉ ସେ ଯୋଡି଼ ଦେଇ ଏକ ତମ୍ବୁ କରିବା ପାଇଁ ପିତ୍ତଳର ପଚାଶ ଆଙ୍କୁଡ଼ା କଲେ।

19ପୁଣି, ସେ ରକ୍ତୀକୃତ ମେଷ ଚର୍ମରେ ତମ୍ବୁର ଏକ ଛାତ ଓ ତହିଁ ଉପରେ ଶିଶୁକ ଚର୍ମର ଏକ ଛାତ ପ୍ରସ୍ତୁତ କଲେ।

20ଏଥିଉତ୍ତାରେ ସେ ଆବାସ ନିମିତ୍ତ ଶିଟୀମ୍‍ କାଷ୍ଠର ଠିଆପଟା ପ୍ରସ୍ତୁତ କଲେ।

21ଏକ ଏକ ପଟା ଦଶ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.