1“ଏନିମନ୍ତେ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞାନୁସାରେ ପବିତ୍ର ସ୍ଥାନର କାର୍ଯ୍ୟସକଳ ନିର୍ମାଣ କରିବାକୁ ସଦାପ୍ରଭୁ ବତ୍ସଲେଲ ଓ ଅହଲୀୟାବ ପ୍ରଭୃତି ଯେଉଁମାନଙ୍କୁ ଜ୍ଞାନ ଓ ବୁଦ୍ଧି ଦେଇଅଛନ୍ତି, ସେହି ସବୁ ବିଜ୍ଞମନା ଲୋକେ କର୍ମ କରିବେ।”
2ଏଥିଉତ୍ତାରେ ମୋଶା ସେହି ବତ୍ସଲେଲ, ଅହଲୀୟାବକୁ, ସଦାପ୍ରଭୁଙ୍କଠାରୁ ମନରେ ଜ୍ଞାନପ୍ରାପ୍ତ ଅନ୍ୟସବୁ ବିଜ୍ଞମନା ଲୋକଙ୍କୁ ଓ ସେହି କର୍ମ କରିବା ପାଇଁ ମନରେ ପ୍ରବୃତ୍ତିପ୍ରାପ୍ତ ଲୋକମାନଙ୍କୁ ଡାକିଲେ।
3ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
4ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,