22ପ୍ରତ୍ୟେକ ପଟାର ପରସ୍ପର ଅନୁରୂପ ଦୁଇ ଦୁଇ ପଦ ଥିଲା; ଏହିରୂପେ ସେ ଆବାସର ସମସ୍ତ ପଟା ନିମନ୍ତେ ପ୍ରସ୍ତୁତ କଲେ।
23ଆଉ ସେ ଆବାସର ଦକ୍ଷିଣ ଦିଗସ୍ଥ ଦକ୍ଷିଣ ପାର୍ଶ୍ୱ ନିମନ୍ତେ କୋଡ଼ିଏ ପଟା ପ୍ରସ୍ତୁତ କଲେ।
24ପୁଣି, ସେ ସେହି କୋଡ଼ିଏ ପଟା ତଳେ ଚାଳିଶଟି ରୂପାର ଚୁଙ୍ଗୀ କଲେ; ଏକ ପଟା ତଳେ ତହିଁର ଦୁଇ ପଦ ନିମନ୍ତେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ସେମାନଙ୍କ ଦୁଇ ଦୁଇ ପଦ ନିମନ୍ତେ ଦୁଇ ଦୁଇ ଚୁଙ୍ଗୀ କଲେ।
25ପୁଣି, ଆବାସର ଅନ୍ୟ ପାର୍ଶ୍ୱ ନିମନ୍ତେ ଉତ୍ତର ଦିଗରେ କୋଡ଼ିଏ ପଟା କଲେ।
26ଏକ ପଟା ତଳେ ଦୁଇ ଚୁଙ୍ଗୀ ଓ ଅନ୍ୟାନ୍ୟ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ରୂପାର ଚାଳିଶ ଚୁଙ୍ଗୀ କଲେ।