29ପୁଣି, ତହିଁ ତଳେ ଯୋଡ଼ା ରହିଲା ଓ ସେହିରୂପ ତହିଁର ମୁଣ୍ଡରେ ପ୍ରଥମ କଡ଼ା ପାଖରେ ଯୋଡ଼ ରହିଲା; ଏହି ପ୍ରକାରେ ସେ ଦୁଇ କୋଣର ପଟା ଯୋଡ଼ିଲେ।
30ତହିଁରେ ଆଠ ପଟା, ପୁଣି, ଏକ ଏକ ପଟା ତଳେ ଦୁଇ ଦୁଇ ଚୁଙ୍ଗୀ, ଏରୂପେ ଷୋଳ ରୂପାଚୁଙ୍ଗୀ କଲେ।
31ଆଉ ସେ ଶିଟୀମ୍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ
32ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
33ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।