ଯାତ୍ରା ପୁସ୍ତକ 36

ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।

Exodus 36:33 (UKJV) And he made the middle bar to shoot through the boards from the one end to the other.

31ଆଉ ସେ ଶିଟୀମ୍‍ କାଷ୍ଠରେ ଅର୍ଗଳ ପ୍ରସ୍ତୁତ କରି ଆବାସର ଏକ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ

32ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍‍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।

33ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।

34ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।

35ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.