32ଓ ଅନ୍ୟ ପାର୍ଶ୍ୱସ୍ଥ ପଟାରେ ପାଞ୍ଚ ଅର୍ଗଳ, ପୁଣି, ଆବାସର ପଶ୍ଚିମ ଦିଗସ୍ଥ ପଶ୍ଚାତ୍ ପାର୍ଶ୍ୱର ପଟାରେ ପାଞ୍ଚ ଅର୍ଗଳ ଦେଲେ।
33ପୁଣି, ମଧ୍ୟସ୍ଥିତ ଅର୍ଗଳ, ପଟାର ମଧ୍ୟଦେଶରେ ଏ ମୁଣ୍ଡରୁ ସେମୁଣ୍ଡ ଯାଏ ପାଇଲା।
34ଆଉ, ସେ ସେହି ସବୁ ପଟା ସୁବର୍ଣ୍ଣରେ ମଡ଼ାଇଲେ ଓ ଅର୍ଗଳର ଘରା ନିମନ୍ତେ ସୁବର୍ଣ୍ଣର କଡ଼ା କଲେ, ଅର୍ଗଳସକଳ ସୁବର୍ଣ୍ଣରେ ମଡ଼ାଇଲେ।
35ଏଥିଉତ୍ତାରେ ସେ ନୀଳ, ଧୂମ୍ର, ସିନ୍ଦୂର ବର୍ଣ୍ଣ, ବଳା ଶୁଭ୍ର କ୍ଷୌମସୂତ୍ର ନିର୍ମିତ ଓ କିରୂବାକୃତିରେ ଚିତ୍ରିତ ଏକ ବିଚ୍ଛେଦ ବସ୍ତ୍ର ପ୍ରସ୍ତୁତ କଲେ।
36ପୁଣି, ସେ ତହିଁ ନିମନ୍ତେ ଶିଟୀମ୍ କାଷ୍ଠର ଚାରି ସ୍ତମ୍ଭ କରି ସୁବର୍ଣ୍ଣରେ ମଡ଼ାଇଲେ ଓ ସେସବୁର ଆଙ୍କୁଡ଼ା ସୁବର୍ଣ୍ଣରେ କଲେ ଓ ତହିଁ ନିମନ୍ତେ ରୂପାର ଚାରି ଚୁଙ୍ଗୀ ଢାଳିଲେ।