3ତହିଁରେ ସେମାନେ ପବିତ୍ର ସ୍ଥାନର କାର୍ଯ୍ୟ ନିର୍ମାଣ କରିବା ନିମନ୍ତେ ଇସ୍ରାଏଲ-ସନ୍ତାନଗଣର ଆନୀତ ଉପହାର ସବୁ ମୋଶାଙ୍କଠାରୁ ଗ୍ରହଣ କଲେ; ତଥାପି ଲୋକମାନେ ପ୍ରତି ପ୍ରଭାତରେ ତାଙ୍କ ନିକଟକୁ ସ୍ୱେଚ୍ଛାରେ ଆହୁରି ଉପହାର ଆଣିଲେ।
4ତହୁଁ ପବିତ୍ର ସ୍ଥାନର ସମସ୍ତ କର୍ମକାରୀ ବିଜ୍ଞମନା ଲୋକମାନେ ଆପଣା ଆପଣା କର୍ମରୁ ଆସି ମୋଶାଙ୍କୁ କହିଲେ,
5“ସଦାପ୍ରଭୁ ଯାହା ଯାହା ନିର୍ମାଣ କରିବାକୁ ଆଜ୍ଞା ଦେଇଅଛନ୍ତି, ଲୋକମାନେ ସେହି କାର୍ଯ୍ୟ ନିମନ୍ତେ ପ୍ରୟୋଜନୀୟ ଦ୍ରବ୍ୟରୁ ଅତି ଅଧିକ ଆଣୁଅଛନ୍ତି।”
6ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
7କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।