6ତହିଁରେ ମୋଶା ଆଜ୍ଞା ଦେଇ ଛାଉଣିର ସର୍ବତ୍ର ଏହା ଘୋଷଣା କରାଇଲେ, ପୁରୁଷ କି ସ୍ତ୍ରୀ ପବିତ୍ର ସ୍ଥାନ ନିମନ୍ତେ ଆଉ ଉପହାର ପ୍ରସ୍ତୁତ ନ କରନ୍ତୁ; ଏଣୁ ଲୋକମାନେ ଆଣିବାରୁ ନିବୃତ୍ତ ହେଲେ।
7କାରଣ ସମସ୍ତ କର୍ମ କରିବାକୁ ସେମାନଙ୍କର ଦ୍ରବ୍ୟ ପ୍ରଚୁର ଓ ତତୋଧିକ ଥିଲା।
8ଏଥିଉତ୍ତାରେ କର୍ମକାରୀମାନଙ୍କ ମଧ୍ୟରେ ପ୍ରତ୍ୟେକ ବିଜ୍ଞମନା ଲୋକ ବଳା ଶୁଭ୍ର କ୍ଷୌମସୂତ୍ର, ନୀଳ, ଧୂମ୍ର ଓ ସିନ୍ଦୂର ବର୍ଣ୍ଣ ସୂତ୍ର ଦ୍ୱାରା ଆବାସର ଦଶ ଯବନିକା ପ୍ରସ୍ତୁତ କଲେ; ପୁଣି, ତହିଁ ମଧ୍ୟରେ ଶିଳ୍ପକର୍ମରେ କିରୂବର ଆକୃତି କଲେ।
9ପ୍ରତ୍ୟେକ ଯବନିକା ଅଠାଇଶ ହସ୍ତ ଦୀର୍ଘ, ପ୍ରତ୍ୟେକ ଯବନିକା ଚାରି ହସ୍ତ ପ୍ରସ୍ଥ ଓ ସମସ୍ତ ଯବନିକାର ସମାନ ପରିମାଣ ଥିଲା।
10ପୁଣି, ସେ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ; ଅନ୍ୟ ପାଞ୍ଚ ଯବନିକା ଏକତ୍ର ଯୋଗ କଲେ।