ଯାତ୍ରା ପୁସ୍ତକ 37

ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ

Exodus 37:1 (UKJV) And Bezaleel made the ark of shittim wood: two cubits and a half was the length of it, and a cubit and a half the breadth of it, and a cubit and a half the height of it:

1ଏଥିଉତ୍ତାରେ ବତ୍ସଲେଲ ଶିଟୀମ୍‍ କାଷ୍ଠରେ ଅଢ଼ାଇ ହସ୍ତ ଦୀର୍ଘ ଓ ଦେଢ଼ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ, ଏକ ସିନ୍ଦୁକ ନିର୍ମାଣ କଲେ

2ଓ ତହିଁର ଭିତର ଓ ବାହାର ନିର୍ମଳ ସୁବର୍ଣ୍ଣରେ ମଡ଼ାଇ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

3ପୁଣି, ତହିଁର ଚାରି କୋଣ ନିମନ୍ତେ ଚାରି ସ୍ୱର୍ଣ୍ଣକଡ଼ା ଢାଳିଲେ; ତହିଁର ଏକ ପାର୍ଶ୍ୱରେ ଦୁଇ କଡ଼ା ଓ ଅନ୍ୟ ପାର୍ଶ୍ୱରେ ଦୁଇ କଡ଼ା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.