9ପୁଣି, କିରୂବମାନଙ୍କର ପକ୍ଷ ଉର୍ଦ୍ଧ୍ବକୁ ବିସ୍ତାରିତ ହୋଇ ପାପାଚ୍ଛାଦନକୁ ଆବରଣ କଲା ଓ ସେମାନଙ୍କର ମୁଖ ପରସ୍ପର ସମ୍ମୁଖୀନ ହେଲା; ମାତ୍ର ପାପାଚ୍ଛାଦନ ପ୍ରତି କିରୂବମାନଙ୍କର ମୁଖ ରହିଲା।
10ତହିଁ ଉତ୍ତାରେ ସେ ଶିଟୀମ୍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।
11ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
12ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
13ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।