ଯାତ୍ରା ପୁସ୍ତକ 37

ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

Exodus 37:12 (UKJV) Also he made thereunto a border of an handbreadth round about; and made a crown of gold for the border thereof round about.

10ତହିଁ ଉତ୍ତାରେ ସେ ଶିଟୀମ୍‍ କାଷ୍ଠରେ ଦୁଇ ହସ୍ତ ଦୀର୍ଘ ଓ ଏକ ହସ୍ତ ପ୍ରସ୍ଥ ଓ ଦେଢ଼ ହସ୍ତ ଉଚ୍ଚ ଗୋଟିଏ ମେଜ ନିର୍ମାଣ କଲେ।

11ପୁଣି, ତାହା ନିର୍ମଳ ସୁବର୍ଣ୍ଣରେ ମଡ଼ାଇଲେ ଓ ତହିଁର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

12ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।

13ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।

14ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.