12ପୁଣି, ସେ ତହିଁର ଚତୁର୍ଦ୍ଦିଗରେ ଚତୁରଙ୍ଗୁଳି ପରିମିତ ଏକ ବେଷ୍ଟନ କଲେ ଓ ସେହି ବେଷ୍ଟନର ଚତୁର୍ଦ୍ଦିଗରେ ସୁବର୍ଣ୍ଣର କାନ୍ଥି କଲେ।
13ଆଉ ସୁବର୍ଣ୍ଣରେ ଚାରି କଡ଼ା ଢାଳି ତହିଁର ଚାରି ପାହ୍ୟାର ଚାରି କୋଣରେ ରଖିଲେ।
14ସେହି କଡ଼ା ପାର୍ଶ୍ୱ-କାଷ୍ଠର ସନ୍ନିକଟ ଓ ମେଜ ବହିବା ନିମନ୍ତେ ସାଙ୍ଗୀର ଘରା ଥିଲା।
15ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।
16ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।