ଯାତ୍ରା ପୁସ୍ତକ 37

ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।

Exodus 37:17 (UKJV) And he made the candlestick of pure gold: of beaten work made he the candlestick; his shaft, and his branch, his bowls, his knops, and his flowers, were of the same:

15ପୁଣି, ସେ ସେହି ମେଜ ବହନାର୍ଥେ ଶିଟୀମ୍‍ କାଷ୍ଠରେ ସାଙ୍ଗୀ ନିର୍ମାଣ କରି ସୁବର୍ଣ୍ଣରେ ମଡ଼ାଇଲେ।

16ଆହୁରି, ସେ ମେଜର ଉପରିସ୍ଥିତ ପାତ୍ରସକଳ, ଅର୍ଥାତ୍‍, ତହିଁର ଥାଳୀ ଓ ଚାମଚ ଓ ପାତ୍ର, ଢାଳିବା ନିମନ୍ତେ ଗଡ଼ୁସକଳ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।

17ଆହୁରି, ସେ ନିର୍ମଳ ସୁବର୍ଣ୍ଣରେ ଏକ ଦୀପବୃକ୍ଷ ନିର୍ମାଣ କଲେ, ସେ ପିଟାକର୍ମରେ ଦୀପବୃକ୍ଷ, ତହିଁର ଗଣ୍ଡି ଓ ଶାଖା ନିର୍ମାଣ କଲେ, ଆଉ ତହିଁର ଗୋଲାଧାର, କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ହେଲା।

18ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।

19ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.