18ସେହି ଦୀପବୃକ୍ଷର ଏକ ପାର୍ଶ୍ୱରୁ ତିନି ଶାଖା ଓ ଦୀପବୃକ୍ଷର ଅନ୍ୟ ପାର୍ଶ୍ୱରୁ ତିନି ଶାଖା, ଏହି ଛଅ ଶାଖା ତହିଁର ପାର୍ଶ୍ୱରୁ ନିର୍ଗତ ହେଲା।
19ପୁଣି, ଏକ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ପୁଣି, ଅନ୍ୟ ଶାଖାରେ ବାଦାମପୁଷ୍ପାକୃତି ତିନି ଗୋଲାଧାର, କଳିକା ଓ ପୁଷ୍ପ, ଏହିରୂପେ ଦୀପବୃକ୍ଷରୁ ନିର୍ଗତ ଛଅ ଶାଖାରେ ରହିଲା।
20ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
21ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
22ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।