20ମାତ୍ର ଦୀପବୃକ୍ଷରେ ବାଦାମପୁଷ୍ପାକୃତି ଚାରି ଗୋଲାଧାର ଓ ତହିଁର କଳିକା ଓ ପୁଷ୍ପ ରହିଲା।
21ଆଉ, ତହିଁରୁ ଯେଉଁ ଛଅ ଶାଖା ନିର୍ଗତ ହେଲା, ତଦନୁସାରେ ଏକ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟ ଶାଖାଦ୍ୱୟର ତଳେ ଏକ କଳିକା ଓ ଅନ୍ୟତର ଶାଖାଦ୍ୱୟର ତଳେ ଏକ କଳିକା ରହିଲା।
22ଏହି କଳିକା ଓ ଶାଖା ତହିଁର ଅଂଶ ହେଲା ଓ ସମସ୍ତ ନିର୍ମଳ ସୁବର୍ଣ୍ଣ ନିର୍ମିତ ଏକ ପିଟାକର୍ମ ହେଲା।
23ଆଉ, ସେ ତହିଁ ପାଇଁ ସପ୍ତ ପ୍ରଦୀପ, ଚିମୁଟା ଓ ଅଙ୍ଗାରଧାନୀ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ।
24ସେ ଏକ ତାଳନ୍ତ ପରିମିତ ନିର୍ମଳ ସୁବର୍ଣ୍ଣରେ ତାହା ଓ ତହିଁର ସମସ୍ତ ପାତ୍ର ନିର୍ମାଣ କଲେ।